ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ଶାମୁୟେଲ

Notes

No Verse Added

ପ୍ରଥମ ଶାମୁୟେଲ ଅଧ୍ୟାୟ 31

1. ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ । 2. ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ । 3. ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ । 4. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ । 5. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା । 6. ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ । 7. ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟପାର୍ଶ୍ଵସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ । 8. ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ । 9. ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ । 10. ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ । 11. ଏଉତ୍ତାରେ ଯାବେଶ୍-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ଵାଦ ପାଆନ୍ତେ, 12. ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିଯାକ ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବୈଥ୍ଶାନ ପ୍ରାଚୀରରୁ ଯାବେଶ୍କୁ ନେଇ ସେଠାରେ ସେସବୁ ଦଗ୍ଧ କଲେ । 13. ପୁଣି ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ ।
1. ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ । .::. 2. ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ । .::. 3. ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ । .::. 4. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ । .::. 5. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା । .::. 6. ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ । .::. 7. ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟପାର୍ଶ୍ଵସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ । .::. 8. ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ । .::. 9. ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ । .::. 10. ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ । .::. 11. ଏଉତ୍ତାରେ ଯାବେଶ୍-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ଵାଦ ପାଆନ୍ତେ, .::. 12. ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିଯାକ ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବୈଥ୍ଶାନ ପ୍ରାଚୀରରୁ ଯାବେଶ୍କୁ ନେଇ ସେଠାରେ ସେସବୁ ଦଗ୍ଧ କଲେ । .::. 13. ପୁଣି ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ । .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
Common Bible Languages
West Indian Languages
×

Alert

×

oriya Letters Keypad References