ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ

Notes

No Verse Added

ଦିତୀୟ ବିବରଣ ଅଧ୍ୟାୟ 3

1. ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ । 2. ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ । 3. ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ । 4. ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ) । 5. ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ଵାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା । 6. ଆମ୍ଭେମାନେ ହିଷ୍ବୋନ୍-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ବର୍ଜିତ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ବର୍ଜିତ ରୂପେ ବିନଷ୍ଟ କଲୁ । 7. ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ଵରୂପେ ଗ୍ରହଣ କଲୁ । 8. ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ । 9. (ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ୍ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି) । 10. ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ । 11. (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ) । 12. ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି । 13. ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧବଂଶକୁ ଦେଲି; (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ । 14. ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା) । 15. ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି । 16. ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ; 17. ଆଉ କିନ୍ନେରତଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି । 18. ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ । 19. ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି । 20. ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ । 21. ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ଵଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ । 22. ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ଵର ଅଟନ୍ତି। 23. ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି, 24. ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି? 25. ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ । 26. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ । 27. ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ । 28. ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ । 29. ଏହିରୂପେ ଆମ୍ଭେମାନେ ବୈତ୍ପିୟୋର-ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ ।
1. ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ । .::. 2. ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ । .::. 3. ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ । .::. 4. ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ) । .::. 5. ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ଵାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା । .::. 6. ଆମ୍ଭେମାନେ ହିଷ୍ବୋନ୍-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ବର୍ଜିତ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ବର୍ଜିତ ରୂପେ ବିନଷ୍ଟ କଲୁ । .::. 7. ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ଵରୂପେ ଗ୍ରହଣ କଲୁ । .::. 8. ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ୍-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ । .::. 9. (ସୀଦୋନୀୟମାନେ ସେହି ହର୍ମୋଣକୁ ସିରିୟୋନ୍ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର କହନ୍ତି) । .::. 10. ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ । .::. 11. (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ) । .::. 12. ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି । .::. 13. ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧବଂଶକୁ ଦେଲି; (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ । .::. 14. ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା) । .::. 15. ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି । .::. 16. ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ; .::. 17. ଆଉ କିନ୍ନେରତଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି । .::. 18. ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ । .::. 19. ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି । .::. 20. ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ । .::. 21. ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ଵଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ । .::. 22. ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ଵର ଅଟନ୍ତି। .::. 23. ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି, .::. 24. ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି? .::. 25. ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ । .::. 26. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ । .::. 27. ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ । .::. 28. ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ । .::. 29. ଏହିରୂପେ ଆମ୍ଭେମାନେ ବୈତ୍ପିୟୋର-ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ । .::.
  • ଦିତୀୟ ବିବରଣ ଅଧ୍ୟାୟ 1  
  • ଦିତୀୟ ବିବରଣ ଅଧ୍ୟାୟ 2  
  • ଦିତୀୟ ବିବରଣ ଅଧ୍ୟାୟ 3  
  • ଦିତୀୟ ବିବରଣ ଅଧ୍ୟାୟ 4  
  • ଦିତୀୟ ବିବରଣ ଅଧ୍ୟାୟ 5  
  • ଦିତୀୟ ବିବରଣ ଅଧ୍ୟାୟ 6  
  • ଦିତୀୟ ବିବରଣ ଅଧ୍ୟାୟ 7  
  • ଦିତୀୟ ବିବରଣ ଅଧ୍ୟାୟ 8  
  • ଦିତୀୟ ବିବରଣ ଅଧ୍ୟାୟ 9  
  • ଦିତୀୟ ବିବରଣ ଅଧ୍ୟାୟ 10  
  • ଦିତୀୟ ବିବରଣ ଅଧ୍ୟାୟ 11  
  • ଦିତୀୟ ବିବରଣ ଅଧ୍ୟାୟ 12  
  • ଦିତୀୟ ବିବରଣ ଅଧ୍ୟାୟ 13  
  • ଦିତୀୟ ବିବରଣ ଅଧ୍ୟାୟ 14  
  • ଦିତୀୟ ବିବରଣ ଅଧ୍ୟାୟ 15  
  • ଦିତୀୟ ବିବରଣ ଅଧ୍ୟାୟ 16  
  • ଦିତୀୟ ବିବରଣ ଅଧ୍ୟାୟ 17  
  • ଦିତୀୟ ବିବରଣ ଅଧ୍ୟାୟ 18  
  • ଦିତୀୟ ବିବରଣ ଅଧ୍ୟାୟ 19  
  • ଦିତୀୟ ବିବରଣ ଅଧ୍ୟାୟ 20  
  • ଦିତୀୟ ବିବରଣ ଅଧ୍ୟାୟ 21  
  • ଦିତୀୟ ବିବରଣ ଅଧ୍ୟାୟ 22  
  • ଦିତୀୟ ବିବରଣ ଅଧ୍ୟାୟ 23  
  • ଦିତୀୟ ବିବରଣ ଅଧ୍ୟାୟ 24  
  • ଦିତୀୟ ବିବରଣ ଅଧ୍ୟାୟ 25  
  • ଦିତୀୟ ବିବରଣ ଅଧ୍ୟାୟ 26  
  • ଦିତୀୟ ବିବରଣ ଅଧ୍ୟାୟ 27  
  • ଦିତୀୟ ବିବରଣ ଅଧ୍ୟାୟ 28  
  • ଦିତୀୟ ବିବରଣ ଅଧ୍ୟାୟ 29  
  • ଦିତୀୟ ବିବରଣ ଅଧ୍ୟାୟ 30  
  • ଦିତୀୟ ବିବରଣ ଅଧ୍ୟାୟ 31  
  • ଦିତୀୟ ବିବରଣ ଅଧ୍ୟାୟ 32  
  • ଦିତୀୟ ବିବରଣ ଅଧ୍ୟାୟ 33  
  • ଦିତୀୟ ବିବରଣ ଅଧ୍ୟାୟ 34  
Common Bible Languages
West Indian Languages
×

Alert

×

oriya Letters Keypad References