ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 45

1. ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର । ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ । 2. ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ । 3. ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ । 4. ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ। 5. ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ । 6. ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ । 7. ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି । 8. ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ଵର ପଠାଇ ଅଛନ୍ତି; ପୁଣି ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି । 9. ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ଵର ମୋତେ ସମସ୍ତ ମିସର ଦେଶର ପ୍ରଭୁ କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ଵ କର ନାହିଁ । 10. ତୁମ୍ଭେ ପୁତ୍ର ଓ ପୌତ୍ର ଓ ଗୋମେଷାଦି ସର୍ବସ୍ଵ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ । 11. ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ । 12. ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି । 13. ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ । 14. ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା । 15. ପୁଣି ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ଵନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ । ଏଉତ୍ତାରୁ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ । 16. ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ । 17. ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ, 18. ପୁଣି ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ । 19. ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ । 20. ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ । 21. ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ । 22. ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ । 23. ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ । 24. ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ । 25. ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ । 26. ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି । ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ । 27. ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ । ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା । 28. ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି ।
1. ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର । ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ । .::. 2. ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ । .::. 3. ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ । .::. 4. ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ। .::. 5. ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ । .::. 6. ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ । .::. 7. ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି । .::. 8. ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ଵର ପଠାଇ ଅଛନ୍ତି; ପୁଣି ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି । .::. 9. ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ଵର ମୋତେ ସମସ୍ତ ମିସର ଦେଶର ପ୍ରଭୁ କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ଵ କର ନାହିଁ । .::. 10. ତୁମ୍ଭେ ପୁତ୍ର ଓ ପୌତ୍ର ଓ ଗୋମେଷାଦି ସର୍ବସ୍ଵ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ । .::. 11. ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ । .::. 12. ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି । .::. 13. ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ । .::. 14. ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା । .::. 15. ପୁଣି ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ଵନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ । ଏଉତ୍ତାରୁ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ । .::. 16. ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ । .::. 17. ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ, .::. 18. ପୁଣି ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ । .::. 19. ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ । .::. 20. ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ । .::. 21. ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ । .::. 22. ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ । .::. 23. ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ । .::. 24. ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ । .::. 25. ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ । .::. 26. ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି । ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ । .::. 27. ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ । ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା । .::. 28. ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
Common Bible Languages
West Indian Languages
×

Alert

×

oriya Letters Keypad References