ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 16

1. ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ । 2. କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ । 3. ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ । 4. ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ୍ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟ-କାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି । 5. ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ଵୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ଵର ହେବେ । 6. ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟ; ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁନ୍ତ ତାହାର ଦର୍ପ କିଛି ହିଁ ନୁହେଁ । 7. ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟ; ଦୁଃଖିତ ହୋଇ କୀର-ହେରସତର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ । 8. ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ । 9. ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲୀୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବାନ୍ତ କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ଵନି ପଡ଼ିଅଛି । 10. ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ଵନି ହେବ ନାହିଁ; କେହି ପଦ ଦ୍ଵାରା ଚାପି ଦ୍ରାକ୍ଷାକୁଣ୍ତରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ଵନି ନିବୃତ୍ତ କରିଅଛୁ । 11. ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି । 12. ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳା; କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ । 13. ଗତ କାଳରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ । 14. ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ ।
1. ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ । .::. 2. କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ । .::. 3. ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ । .::. 4. ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ୍ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟ-କାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି । .::. 5. ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ଵୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ଵର ହେବେ । .::. 6. ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟ; ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁନ୍ତ ତାହାର ଦର୍ପ କିଛି ହିଁ ନୁହେଁ । .::. 7. ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟ; ଦୁଃଖିତ ହୋଇ କୀର-ହେରସତର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ । .::. 8. ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ । .::. 9. ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲୀୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବାନ୍ତ କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ଵନି ପଡ଼ିଅଛି । .::. 10. ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ଵନି ହେବ ନାହିଁ; କେହି ପଦ ଦ୍ଵାରା ଚାପି ଦ୍ରାକ୍ଷାକୁଣ୍ତରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ଵନି ନିବୃତ୍ତ କରିଅଛୁ । .::. 11. ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି । .::. 12. ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳା; କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ । .::. 13. ଗତ କାଳରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ । .::. 14. ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
Common Bible Languages
West Indian Languages
×

Alert

×

oriya Letters Keypad References