ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 7

1. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ । 2. ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା । 3. ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ । 4. ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ । 5. କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି, 6. ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ । 7. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ । 8. କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; 9. ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ । 10. ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ, 11. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ । 12. ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ । 13. ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? 14. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ । 15. ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ । 16. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ । 17. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ । 18. ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ । 19. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ । 20. ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ । 21. ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ, 22. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ । 23. ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ । 24. ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ । 25. ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।
1. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ । .::. 2. ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା । .::. 3. ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ । .::. 4. ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ । .::. 5. କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି, .::. 6. ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ । .::. 7. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ । .::. 8. କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; .::. 9. ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ । .::. 10. ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ, .::. 11. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ । .::. 12. ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ । .::. 13. ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? .::. 14. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ । .::. 15. ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ । .::. 16. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ । .::. 17. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ । .::. 18. ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ । .::. 19. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ । .::. 20. ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ । .::. 21. ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ, .::. 22. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ । .::. 23. ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ । .::. 24. ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ । .::. 25. ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
Common Bible Languages
West Indian Languages
×

Alert

×

oriya Letters Keypad References