ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

Notes

No Verse Added

ଯିରିମିୟ ଅଧ୍ୟାୟ 6

1. ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି । 2. ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା । 3. ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ । 4. ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି । 5. ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ । 6. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ । 7. ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ । 8. ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା । 9. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ । 10. ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ । 11. ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ । 12. ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା । 13. ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି । 14. ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି । 15. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ । 16. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ । 17. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ । 18. ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ । 19. ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି । 20. ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ । 21. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ । 22. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ । 23. ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି । 24. ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି । 25. ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି । 26. ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ । 27. ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ । 28. ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ । 29. ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି । 30. ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।
1. ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି । .::. 2. ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା । .::. 3. ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ । .::. 4. ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି । .::. 5. ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ । .::. 6. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ । .::. 7. ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ । .::. 8. ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା । .::. 9. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ । .::. 10. ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ । .::. 11. ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ । .::. 12. ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା । .::. 13. ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି । .::. 14. ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି । .::. 15. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ । .::. 16. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ । .::. 17. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ । .::. 18. ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ । .::. 19. ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି । .::. 20. ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ । .::. 21. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ । .::. 22. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ । .::. 23. ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି । .::. 24. ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି । .::. 25. ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି । .::. 26. ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ । .::. 27. ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ । .::. 28. ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ । .::. 29. ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି । .::. 30. ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
Common Bible Languages
West Indian Languages
×

Alert

×

oriya Letters Keypad References