ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 16

1. ଏଥିରେ ଆୟୁବ ଉତ୍ତର କରି କହିଲା, 2. ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ । 3. ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି? 4. ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି । 5. ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା । 6. ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ? 7. ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ । 8. ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ । 9. ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି । 10. ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି । 11. ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି । 12. ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି । 13. ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି । 14. ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି । 15. ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି । 16. ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି । 17. ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ । 18. ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ । 19. ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି । 20. ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; 21. ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ । 22. କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି ।
1. ଏଥିରେ ଆୟୁବ ଉତ୍ତର କରି କହିଲା, .::. 2. ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ । .::. 3. ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି? .::. 4. ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି । .::. 5. ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା । .::. 6. ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ? .::. 7. ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ । .::. 8. ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ । .::. 9. ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି । .::. 10. ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି । .::. 11. ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି । .::. 12. ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି । .::. 13. ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି । .::. 14. ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି । .::. 15. ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି । .::. 16. ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି । .::. 17. ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ । .::. 18. ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ । .::. 19. ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି । .::. 20. ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; .::. 21. ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ । .::. 22. କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
Common Bible Languages
West Indian Languages
×

Alert

×

oriya Letters Keypad References