ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ

Notes

No Verse Added

ଗଣନା ପୁସ୍ତକ ଅଧ୍ୟାୟ 34

1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2. ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, 3. ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ । 4. ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ । 5. ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ । 6. ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ । 7. ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ; 8. ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ । 9. ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ । 10. ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ । 11. ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ । 12. ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ । 13. ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି । 14. କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି; 15. ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି । 16. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 17. ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ । 18. ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ । 19. ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ, 20. ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ । 21. ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍ । 22. ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି । 23. ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ । 24. ପୁଣି ଇଫ୍ରୟିମ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ । 25. ଆଉ ସବୂଲୂନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍, 26. ଓ ଇଷାଖର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟିୟେଲ, 27. ଓ ଆଶେର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍ । 28. ନପ୍ତାଲି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ । 29. କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ ।
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 2. ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, .::. 3. ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ । .::. 4. ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ । .::. 5. ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ । .::. 6. ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ । .::. 7. ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ; .::. 8. ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ । .::. 9. ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ । .::. 10. ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ । .::. 11. ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ । .::. 12. ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ । .::. 13. ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି । .::. 14. କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି; .::. 15. ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି । .::. 16. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 17. ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ । .::. 18. ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ । .::. 19. ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ, .::. 20. ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ । .::. 21. ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍ । .::. 22. ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି । .::. 23. ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ । .::. 24. ପୁଣି ଇଫ୍ରୟିମ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ । .::. 25. ଆଉ ସବୂଲୂନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍, .::. 26. ଓ ଇଷାଖର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟିୟେଲ, .::. 27. ଓ ଆଶେର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍ । .::. 28. ନପ୍ତାଲି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ । .::. 29. କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ । .::.
  • ଗଣନା ପୁସ୍ତକ ଅଧ୍ୟାୟ 1  
  • ଗଣନା ପୁସ୍ତକ ଅଧ୍ୟାୟ 2  
  • ଗଣନା ପୁସ୍ତକ ଅଧ୍ୟାୟ 3  
  • ଗଣନା ପୁସ୍ତକ ଅଧ୍ୟାୟ 4  
  • ଗଣନା ପୁସ୍ତକ ଅଧ୍ୟାୟ 5  
  • ଗଣନା ପୁସ୍ତକ ଅଧ୍ୟାୟ 6  
  • ଗଣନା ପୁସ୍ତକ ଅଧ୍ୟାୟ 7  
  • ଗଣନା ପୁସ୍ତକ ଅଧ୍ୟାୟ 8  
  • ଗଣନା ପୁସ୍ତକ ଅଧ୍ୟାୟ 9  
  • ଗଣନା ପୁସ୍ତକ ଅଧ୍ୟାୟ 10  
  • ଗଣନା ପୁସ୍ତକ ଅଧ୍ୟାୟ 11  
  • ଗଣନା ପୁସ୍ତକ ଅଧ୍ୟାୟ 12  
  • ଗଣନା ପୁସ୍ତକ ଅଧ୍ୟାୟ 13  
  • ଗଣନା ପୁସ୍ତକ ଅଧ୍ୟାୟ 14  
  • ଗଣନା ପୁସ୍ତକ ଅଧ୍ୟାୟ 15  
  • ଗଣନା ପୁସ୍ତକ ଅଧ୍ୟାୟ 16  
  • ଗଣନା ପୁସ୍ତକ ଅଧ୍ୟାୟ 17  
  • ଗଣନା ପୁସ୍ତକ ଅଧ୍ୟାୟ 18  
  • ଗଣନା ପୁସ୍ତକ ଅଧ୍ୟାୟ 19  
  • ଗଣନା ପୁସ୍ତକ ଅଧ୍ୟାୟ 20  
  • ଗଣନା ପୁସ୍ତକ ଅଧ୍ୟାୟ 21  
  • ଗଣନା ପୁସ୍ତକ ଅଧ୍ୟାୟ 22  
  • ଗଣନା ପୁସ୍ତକ ଅଧ୍ୟାୟ 23  
  • ଗଣନା ପୁସ୍ତକ ଅଧ୍ୟାୟ 24  
  • ଗଣନା ପୁସ୍ତକ ଅଧ୍ୟାୟ 25  
  • ଗଣନା ପୁସ୍ତକ ଅଧ୍ୟାୟ 26  
  • ଗଣନା ପୁସ୍ତକ ଅଧ୍ୟାୟ 27  
  • ଗଣନା ପୁସ୍ତକ ଅଧ୍ୟାୟ 28  
  • ଗଣନା ପୁସ୍ତକ ଅଧ୍ୟାୟ 29  
  • ଗଣନା ପୁସ୍ତକ ଅଧ୍ୟାୟ 30  
  • ଗଣନା ପୁସ୍ତକ ଅଧ୍ୟାୟ 31  
  • ଗଣନା ପୁସ୍ତକ ଅଧ୍ୟାୟ 32  
  • ଗଣନା ପୁସ୍ତକ ଅଧ୍ୟାୟ 33  
  • ଗଣନା ପୁସ୍ତକ ଅଧ୍ୟାୟ 34  
  • ଗଣନା ପୁସ୍ତକ ଅଧ୍ୟାୟ 35  
  • ଗଣନା ପୁସ୍ତକ ଅଧ୍ୟାୟ 36  
Common Bible Languages
West Indian Languages
×

Alert

×

oriya Letters Keypad References