ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବଂଶାବଳୀ

ଦିତୀୟ ବଂଶାବଳୀ ଅଧ୍ୟାୟ 21

1 ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ । 2 ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ । 3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ । 4 ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍‍ଗରେ ବଧ କଲେ । 5 ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ । 6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ । 7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ । 8 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ । 9 ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ । 10 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ । 11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ । 12 ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍-ବକ୍ତାଙ୍କଠାରୁ ଏକ ଲେଖା ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ; 13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ; 14 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ । 15 ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ । 16 ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ । 17 ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ । 18 ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ । 19 ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ । ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ । 20 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ ।
1. ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ । 2. ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ । 3. ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ । 4. ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍‍ଗରେ ବଧ କଲେ । 5. ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ । 6. ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ । 7. ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ । 8. ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ । 9. ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ । 10. ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ । 11. ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ । 12. ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍-ବକ୍ତାଙ୍କଠାରୁ ଏକ ଲେଖା ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ; 13. ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ; 14. ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ । 15. ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ । 16. ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ । 17. ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ । 18. ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ । 19. ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ । ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ । 20. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ ।
  • ଦିତୀୟ ବଂଶାବଳୀ ଅଧ୍ୟାୟ 1  
  • ଦିତୀୟ ବଂଶାବଳୀ ଅଧ୍ୟାୟ 2  
  • ଦିତୀୟ ବଂଶାବଳୀ ଅଧ୍ୟାୟ 3  
  • ଦିତୀୟ ବଂଶାବଳୀ ଅଧ୍ୟାୟ 4  
  • ଦିତୀୟ ବଂଶାବଳୀ ଅଧ୍ୟାୟ 5  
  • ଦିତୀୟ ବଂଶାବଳୀ ଅଧ୍ୟାୟ 6  
  • ଦିତୀୟ ବଂଶାବଳୀ ଅଧ୍ୟାୟ 7  
  • ଦିତୀୟ ବଂଶାବଳୀ ଅଧ୍ୟାୟ 8  
  • ଦିତୀୟ ବଂଶାବଳୀ ଅଧ୍ୟାୟ 9  
  • ଦିତୀୟ ବଂଶାବଳୀ ଅଧ୍ୟାୟ 10  
  • ଦିତୀୟ ବଂଶାବଳୀ ଅଧ୍ୟାୟ 11  
  • ଦିତୀୟ ବଂଶାବଳୀ ଅଧ୍ୟାୟ 12  
  • ଦିତୀୟ ବଂଶାବଳୀ ଅଧ୍ୟାୟ 13  
  • ଦିତୀୟ ବଂଶାବଳୀ ଅଧ୍ୟାୟ 14  
  • ଦିତୀୟ ବଂଶାବଳୀ ଅଧ୍ୟାୟ 15  
  • ଦିତୀୟ ବଂଶାବଳୀ ଅଧ୍ୟାୟ 16  
  • ଦିତୀୟ ବଂଶାବଳୀ ଅଧ୍ୟାୟ 17  
  • ଦିତୀୟ ବଂଶାବଳୀ ଅଧ୍ୟାୟ 18  
  • ଦିତୀୟ ବଂଶାବଳୀ ଅଧ୍ୟାୟ 19  
  • ଦିତୀୟ ବଂଶାବଳୀ ଅଧ୍ୟାୟ 20  
  • ଦିତୀୟ ବଂଶାବଳୀ ଅଧ୍ୟାୟ 21  
  • ଦିତୀୟ ବଂଶାବଳୀ ଅଧ୍ୟାୟ 22  
  • ଦିତୀୟ ବଂଶାବଳୀ ଅଧ୍ୟାୟ 23  
  • ଦିତୀୟ ବଂଶାବଳୀ ଅଧ୍ୟାୟ 24  
  • ଦିତୀୟ ବଂଶାବଳୀ ଅଧ୍ୟାୟ 25  
  • ଦିତୀୟ ବଂଶାବଳୀ ଅଧ୍ୟାୟ 26  
  • ଦିତୀୟ ବଂଶାବଳୀ ଅଧ୍ୟାୟ 27  
  • ଦିତୀୟ ବଂଶାବଳୀ ଅଧ୍ୟାୟ 28  
  • ଦିତୀୟ ବଂଶାବଳୀ ଅଧ୍ୟାୟ 29  
  • ଦିତୀୟ ବଂଶାବଳୀ ଅଧ୍ୟାୟ 30  
  • ଦିତୀୟ ବଂଶାବଳୀ ଅଧ୍ୟାୟ 31  
  • ଦିତୀୟ ବଂଶାବଳୀ ଅଧ୍ୟାୟ 32  
  • ଦିତୀୟ ବଂଶାବଳୀ ଅଧ୍ୟାୟ 33  
  • ଦିତୀୟ ବଂଶାବଳୀ ଅଧ୍ୟାୟ 34  
  • ଦିତୀୟ ବଂଶାବଳୀ ଅଧ୍ୟାୟ 35  
  • ଦିତୀୟ ବଂଶାବଳୀ ଅଧ୍ୟାୟ 36  
×

Alert

×

Oriya Letters Keypad References