ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 3

1. ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା । 2. ପୁଣି, ଆୟୁବ ଉତ୍ତର କରି କହିଲା; 3. ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; 4. ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ । 5. ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ । 6. ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ । 7. ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ । 8. ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ । 9. ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ; 10. କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ । 11. ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ? 12. ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା? 13. ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି; 14. ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି; 15. ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି; 16. ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି । 17. ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ । 18. ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ । 19. ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ । 20. ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ; 21. ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି; 22. ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି? 23. ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ? 24. କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ । 25. ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ । 26. ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।
1. ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା । .::. 2. ପୁଣି, ଆୟୁବ ଉତ୍ତର କରି କହିଲା; .::. 3. ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; .::. 4. ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ । .::. 5. ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ । .::. 6. ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ । .::. 7. ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ । .::. 8. ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ । .::. 9. ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ; .::. 10. କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ । .::. 11. ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ? .::. 12. ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା? .::. 13. ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି; .::. 14. ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି; .::. 15. ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି; .::. 16. ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି । .::. 17. ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ । .::. 18. ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ । .::. 19. ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ । .::. 20. ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ; .::. 21. ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି; .::. 22. ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି? .::. 23. ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ? .::. 24. କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ । .::. 25. ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ । .::. 26. ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
Common Bible Languages
West Indian Languages
×

Alert

×

oriya Letters Keypad References