ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20

1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା । 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, 3 ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ । 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା । ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ । 5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ । 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ । 7 ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ । 9 ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା । 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ । 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, । 12 ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । 13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । 14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ । 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା । .::. 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, .::. 3 ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ । .::. 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା । ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ । .::. 5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ । .::. 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ । .::. 7 ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; .::. 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ । .::. 9 ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା । .::. 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ । .::. 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, । .::. 12 ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । .::. 13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । .::. 14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ । .::. 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା । .::.
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22  
×

Alert

×

Oriya Letters Keypad References