ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଖରିୟ

Notes

No Verse Added

ଯିଖରିୟ ଅଧ୍ୟାୟ 13

1. ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ । 2. ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା । 3. ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ । 4. ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ; 5. ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି । 6. ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି । 7. ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା । 8. ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। 9. ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା । ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା । ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି ।
1. ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ । .::. 2. ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା । .::. 3. ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ । .::. 4. ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ; .::. 5. ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି । .::. 6. ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି । .::. 7. ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା । .::. 8. ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। .::. 9. ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା । ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା । ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି । .::.
  • ଯିଖରିୟ ଅଧ୍ୟାୟ 1  
  • ଯିଖରିୟ ଅଧ୍ୟାୟ 2  
  • ଯିଖରିୟ ଅଧ୍ୟାୟ 3  
  • ଯିଖରିୟ ଅଧ୍ୟାୟ 4  
  • ଯିଖରିୟ ଅଧ୍ୟାୟ 5  
  • ଯିଖରିୟ ଅଧ୍ୟାୟ 6  
  • ଯିଖରିୟ ଅଧ୍ୟାୟ 7  
  • ଯିଖରିୟ ଅଧ୍ୟାୟ 8  
  • ଯିଖରିୟ ଅଧ୍ୟାୟ 9  
  • ଯିଖରିୟ ଅଧ୍ୟାୟ 10  
  • ଯିଖରିୟ ଅଧ୍ୟାୟ 11  
  • ଯିଖରିୟ ଅଧ୍ୟାୟ 12  
  • ଯିଖରିୟ ଅଧ୍ୟାୟ 13  
  • ଯିଖରିୟ ଅଧ୍ୟାୟ 14  
Common Bible Languages
West Indian Languages
×

Alert

×

oriya Letters Keypad References