ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ରେକର୍ଡଗୁଡିକ

ଆଦି ପୁସ୍ତକ ଅଧ୍ୟାୟ 25

1 ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ । 2 ସେ ତାଙ୍କ ନିମନ୍ତେ ସିମ୍ରଣ୍ ଓ ଯକ୍ଷନ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା । 3 ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା । ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ । 4 ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ୍ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ । 5 ଅନନ୍ତର ଅବ୍ରହାମ ଇସ୍‍ହାକକୁ ଆପଣାର ସର୍ବସ୍ଵ ଦେଲେ । 6 ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ । 7 ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ । 8 ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ । 9 ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ । 10 ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ । ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା । 11 ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପରମେଶ୍ଵର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି ଇସ୍‍ହାକ ବେର୍-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ । 12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ । 13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି । ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ମିବ୍ସମ୍, 14 ମିଶ୍ମ ଓ ଦୂମା ଓ ମସା, 15 ଓ ହଦଦ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା । 16 ଏହି ସମସ୍ତେ ଇଶ୍ମାଏଲର ସନ୍ତାନ, ପୁଣି ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ଵାଦଶ ଅଧିପତି ଥିଲେ । 17 ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା । 18 ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ । ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା । 19 ଅବ୍ରହାମଙ୍କର ପୁତ୍ର ଇସ୍‍ହାକଙ୍କର ବଂଶାବଳୀ । ଅବ୍ରହାମ ଇସ୍‍ହାକଙ୍କୁ ଜାତ କଲେ; 20 ସେହି ଇସ୍‍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍-ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁବିବାହ କଲେ । 21 ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା । 22 ଅନନ୍ତର ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା । 23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ । 24 ଅନନ୍ତର ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ । 25 ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ (ଲୋମବ୍ୟାପ୍ତ) ଦିଆଗଲା । 26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା । ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ । 27 ଅନନ୍ତର ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି ଯାକୁବ ମୃଦୁମନୁଷ୍ୟ ଓ ତମ୍ଵୁବାସୀ ହେଲା । 28 ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ଵାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ । ମାତ୍ର ରିବିକା ଯାକୁବକୁ ଭଲ ପାଇଲା । 29 ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳା; ହୋଇ କ୍ଷେତ୍ରରୁ ଆସିଲା; 30 ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା । 31 ସେତେବେଳେ ଯାକୁବ କହିଲା, ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର । 32 ଏଷୌ ଉତ୍ତର କଲା, ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? 33 ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା । 34 ତହୁଁ ଯାକୁବ ଏଷୌକୁ ରୋଟୀ ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା । ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା ।
1. ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ । 2. ସେ ତାଙ୍କ ନିମନ୍ତେ ସିମ୍ରଣ୍ ଓ ଯକ୍ଷନ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା । 3. ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା । ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ । 4. ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ୍ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ । 5. ଅନନ୍ତର ଅବ୍ରହାମ ଇସ୍‍ହାକକୁ ଆପଣାର ସର୍ବସ୍ଵ ଦେଲେ । 6. ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ । 7. ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ । 8. ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ । 9. ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ । 10. ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ । ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା । 11. ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପରମେଶ୍ଵର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି ଇସ୍‍ହାକ ବେର୍-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ । 12. ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ । 13. ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି । ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ମିବ୍ସମ୍, 14. ମିଶ୍ମ ଓ ଦୂମା ଓ ମସା, 15. ଓ ହଦଦ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା । 16. ଏହି ସମସ୍ତେ ଇଶ୍ମାଏଲର ସନ୍ତାନ, ପୁଣି ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ଵାଦଶ ଅଧିପତି ଥିଲେ । 17. ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା । 18. ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ । ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା । 19. ଅବ୍ରହାମଙ୍କର ପୁତ୍ର ଇସ୍‍ହାକଙ୍କର ବଂଶାବଳୀ । ଅବ୍ରହାମ ଇସ୍‍ହାକଙ୍କୁ ଜାତ କଲେ; 20. ସେହି ଇସ୍‍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍-ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁବିବାହ କଲେ । 21. ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା । 22. ଅନନ୍ତର ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା । 23. ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ । 24. ଅନନ୍ତର ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ । 25. ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ (ଲୋମବ୍ୟାପ୍ତ) ଦିଆଗଲା । 26. ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା । ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ । 27. ଅନନ୍ତର ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି ଯାକୁବ ମୃଦୁମନୁଷ୍ୟ ଓ ତମ୍ଵୁବାସୀ ହେଲା । 28. ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ଵାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ । ମାତ୍ର ରିବିକା ଯାକୁବକୁ ଭଲ ପାଇଲା । 29. ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳା; ହୋଇ କ୍ଷେତ୍ରରୁ ଆସିଲା; 30. ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା । 31. ସେତେବେଳେ ଯାକୁବ କହିଲା, ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର । 32. ଏଷୌ ଉତ୍ତର କଲା, ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? 33. ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା । 34. ତହୁଁ ଯାକୁବ ଏଷୌକୁ ରୋଟୀ ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା । ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References