ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 35

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, 2 ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ । 3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାଶନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ, 4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା; 5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର । 6 ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; 7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ଵୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ । 8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ର-କନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; 9 ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ; 10 ମାତ୍ର ଆମ୍ଭେମାନେ ତମ୍ଵୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ । 11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ । 12 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା, 13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? 14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ । 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ । 16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି; 17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି । 18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ; 19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ ।
1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, .::. 2 ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ । .::. 3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାଶନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ, .::. 4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା; .::. 5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର । .::. 6 ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; .::. 7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ଵୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ । .::. 8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ର-କନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; .::. 9 ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ; .::. 10 ମାତ୍ର ଆମ୍ଭେମାନେ ତମ୍ଵୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ । .::. 11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ । .::. 12 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା, .::. 13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? .::. 14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ । .::. 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ । .::. 16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି; .::. 17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି । .::. 18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ; .::. 19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References