ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 13

1 ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ । 2 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ଵାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ । 3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଆପଣା ଓଷ୍ଠାଧର ବଡ଼ କରି ଫିଟାଏ, ତାହାର ବିନାଶ ହେବ । 4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ । 5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ଵରୂପ, ଆଉ ସେ ଲଜ୍ଜା ଭୋଗ କରେ । 6 ଧାର୍ମିକତା ସରଳ-ପଥଗାମୀକି ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକି ଓଲ୍ଟାଇ ପକାଏ । 7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି । 8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ଵରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ । 9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ । 10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି । 11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ । 12 ଆଶାସିଦ୍ଧିର ବିଳମ୍ଵ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ଵରୂପ । 13 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ । 14 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ଵରୂପ ଅଟେ। 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ଵାସଘାତକର ପଥ ରଗଡ଼ା । 16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ । 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ଵସ୍ତ ଦୂତ ସ୍ଵାସ୍ଥ୍ୟଜନକ । 18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ । 19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ । 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ । 21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ । 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ । 23 ଦରିଦ୍ରର ଚାଷ ଦ୍ଵାରା ଖାଦ୍ୟର ବାହୁଲ୍ୟ ହୁଏନ୍ତ ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ । 24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ । 25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ ।
1 ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ । .::. 2 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ଵାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ । .::. 3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଆପଣା ଓଷ୍ଠାଧର ବଡ଼ କରି ଫିଟାଏ, ତାହାର ବିନାଶ ହେବ । .::. 4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ । .::. 5 ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ଵରୂପ, ଆଉ ସେ ଲଜ୍ଜା ଭୋଗ କରେ । .::. 6 ଧାର୍ମିକତା ସରଳ-ପଥଗାମୀକି ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକି ଓଲ୍ଟାଇ ପକାଏ । .::. 7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି । .::. 8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ଵରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ । .::. 9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ । .::. 10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି । .::. 11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ । .::. 12 ଆଶାସିଦ୍ଧିର ବିଳମ୍ଵ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ଵରୂପ । .::. 13 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ । .::. 14 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ଵରୂପ ଅଟେ। .::. 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ଵାସଘାତକର ପଥ ରଗଡ଼ା । .::. 16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ । .::. 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ଵସ୍ତ ଦୂତ ସ୍ଵାସ୍ଥ୍ୟଜନକ । .::. 18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ । .::. 19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ । .::. 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ । .::. 21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ । .::. 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ । .::. 23 ଦରିଦ୍ରର ଚାଷ ଦ୍ଵାରା ଖାଦ୍ୟର ବାହୁଲ୍ୟ ହୁଏନ୍ତ ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ । .::. 24 ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ । .::. 25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References