ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 44

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି । 2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ । 3 କାରଣ ସେମାନେ ନିଜ ଖଡ଼୍‍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା । 4 ହେ ପରମେଶ୍ଵର, ତୁମ୍ଭେ ମୋହର ରାଜା; ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ହେଉ । 5 ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା । 6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍‍ଗ ମୋତେ ଉଦ୍ଧାର କରିବ ନାହିଁ । 7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ । 8 ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା । [ସେଲା 9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ । 10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି । 11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ । 12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ । 13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ । 14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ । 15 ତିରସ୍କାରକାରୀର ଓ ନିନ୍ଦକର ସ୍ଵର ସକାଶୁ, ପୁଣି ଶତ୍ରୁ ଓ ପ୍ରତିହିଂସକ ସକାଶୁ, 16 ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି । 17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ । 18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି 19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ । 20 ଯେବେ ଆମ୍ଭେମାନେ ଆପଣା ପରମେଶ୍ଵରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ; 21 ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି । 22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ । 23 ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ । 24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ? 25 କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି । 26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର ।
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି । 2. ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ । 3. କାରଣ ସେମାନେ ନିଜ ଖଡ଼୍‍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା । 4. ହେ ପରମେଶ୍ଵର, ତୁମ୍ଭେ ମୋହର ରାଜା; ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ହେଉ । 5. ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା । 6. ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍‍ଗ ମୋତେ ଉଦ୍ଧାର କରିବ ନାହିଁ । 7. ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ । 8. ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା । [ସେଲା 9. ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ । 10. ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି । 11. ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ । 12. ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ । 13. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ । 14. ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ । 15. ତିରସ୍କାରକାରୀର ଓ ନିନ୍ଦକର ସ୍ଵର ସକାଶୁ, ପୁଣି ଶତ୍ରୁ ଓ ପ୍ରତିହିଂସକ ସକାଶୁ, 16. ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି । 17. ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ । 18. ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି 19. ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ । 20. ଯେବେ ଆମ୍ଭେମାନେ ଆପଣା ପରମେଶ୍ଵରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ; 21. ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି । 22. ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ । 23. ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ । 24. ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ? 25. କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି । 26. ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References