ଓଡିଆ ବାଇବଲ |
YLT
ORV
IRVOR
ଯୋହନଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
6
7
8
9
10
11
12
13
14
15
16
17
18
19
20
21
:
ରେକର୍ଡଗୁଡିକ
ଲୂକଲିଖିତ ସୁସମାଚାର 22:23 (05 26 pm)
ଯୋହନଲିଖିତ ସୁସମାଚାର 4:0 (05 26 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଲିଖିତ ସୁସମାଚାର ଅଧ୍ୟାୟ 4
1
ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
2
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
3
ସେତେବେଳେ ସେ ଯିହୁଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକି ପ୍ରସ୍ଥାନ କଲେ ।
4
କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା ।
5
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
7
ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ ।
8
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।
9
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ ।
10
ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
11
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
12
ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
13
ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।
15
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ ।
16
ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ ।
17
ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ;
18
କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ ।
19
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି ।
20
ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି ।
21
ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
22
ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ ।
23
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି ।
24
ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ ।
25
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ ।
26
ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ ।
27
ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ ।
28
ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
30
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ ।
31
ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ ।
32
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।
33
ତେଣୁଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା?
34
ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
35
ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି ।
36
ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି ।
37
କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ଵନ୍ଧରେ ସତ୍ୟ ।
38
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
39
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ ।
40
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।
41
ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ଵାସ କଲେ;
42
ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।
43
ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକି ଗଲେ ।
44
କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
45
ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ ।
46
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।
47
ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।
48
ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ ।
49
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ ।
50
ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ ।
51
ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ ।
52
ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା ।
53
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ ।
54
ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।
ଯୋହନଲିଖିତ ସୁସମାଚାର 4
1. ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି 2. (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, 3. ସେତେବେଳେ ସେ ଯିହୁଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକି ପ୍ରସ୍ଥାନ କଲେ । 4. କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା । 5. ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; 6. ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା । 7. ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ । 8. କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ । 9. ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ । 10. ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ । 11. ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? 12. ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? 13. ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; 14. କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ । 15. ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ । 16. ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ । 17. ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ; 18. କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ । 19. ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି । 20. ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି । 21. ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି । 22. ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ । 23. କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି । 24. ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ । 25. ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ । 26. ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ । 27. ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ । 28. ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, 29. ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? 30. ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ । 31. ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ । 32. କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି । 33. ତେଣୁଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା? 34. ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ । 35. ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି । 36. ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି । 37. କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ଵନ୍ଧରେ ସତ୍ୟ । 38. ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ । 39. ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ । 40. ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ । 41. ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ଵାସ କଲେ; 42. ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ । 43. ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକି ଗଲେ । 44. କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ । 45. ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ । 46. ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା । 47. ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା । 48. ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ । 49. ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ । 50. ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ । 51. ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ । 52. ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା । 53. ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ । 54. ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।
ଯୋହନଲିଖିତ ସୁସମାଚାର ଅଧ୍ୟାୟ 1
ଯୋହନଲିଖିତ ସୁସମାଚାର ଅଧ୍ୟାୟ 2
ଯୋହନଲିଖିତ ସୁସମାଚାର ଅଧ୍ୟାୟ 3
ଯୋହନଲିଖିତ ସୁସମାଚାର ଅଧ୍ୟାୟ 4
ଯୋହନଲିଖିତ ସୁସମାଚାର ଅଧ୍ୟାୟ 5
ଯୋହନଲିଖିତ ସୁସମାଚାର ଅଧ୍ୟାୟ 6
ଯୋହନଲିଖିତ ସୁସମାଚାର ଅଧ୍ୟାୟ 7
ଯୋହନଲିଖିତ ସୁସମାଚାର ଅଧ୍ୟାୟ 8
ଯୋହନଲିଖିତ ସୁସମାଚାର ଅଧ୍ୟାୟ 9
ଯୋହନଲିଖିତ ସୁସମାଚାର ଅଧ୍ୟାୟ 10
ଯୋହନଲିଖିତ ସୁସମାଚାର ଅଧ୍ୟାୟ 11
ଯୋହନଲିଖିତ ସୁସମାଚାର ଅଧ୍ୟାୟ 12
ଯୋହନଲିଖିତ ସୁସମାଚାର ଅଧ୍ୟାୟ 13
ଯୋହନଲିଖିତ ସୁସମାଚାର ଅଧ୍ୟାୟ 14
ଯୋହନଲିଖିତ ସୁସମାଚାର ଅଧ୍ୟାୟ 15
ଯୋହନଲିଖିତ ସୁସମାଚାର ଅଧ୍ୟାୟ 16
ଯୋହନଲିଖିତ ସୁସମାଚାର ଅଧ୍ୟାୟ 17
ଯୋହନଲିଖିତ ସୁସମାଚାର ଅଧ୍ୟାୟ 18
ଯୋହନଲିଖିତ ସୁସମାଚାର ଅଧ୍ୟାୟ 19
ଯୋହନଲିଖିତ ସୁସମାଚାର ଅଧ୍ୟାୟ 20
ଯୋହନଲିଖିତ ସୁସମାଚାର ଅଧ୍ୟାୟ 21
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References