ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ; 2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ । ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି 3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ । 4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ । 5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ, 6 ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ; 7 ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ । 8 ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର । 9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ । 10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭକ୍ଷଣ କଲି; ତାହା ମୋʼ ମୁଖକୁ ମଧୁ ପରି ମିଷ୍ଟ ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା । 11 ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
1. ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ; 2. ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ । ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି 3. ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ । 4. ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ । 5. ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ, 6. ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ; 7. ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ । 8. ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର । 9. ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ । 10. ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭକ୍ଷଣ କଲି; ତାହା ମୋʼ ମୁଖକୁ ମଧୁ ପରି ମିଷ୍ଟ ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା । 11. ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22  
×

Alert

×

Oriya Letters Keypad References