ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍

Notes

No Verse Added

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 4

1. ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି, 2. ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି ଧମକ ଓ ଉତ୍ସାହ ଦାନ କର । 3. କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ, 4. ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । 5. କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଳେଶ ସହ୍ୟ କର, ସୁସମାଚାର ପ୍ରଚାରକର କାର୍ଯ୍ୟସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସମ୍ପନ୍ନ କର । 6. କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । 7. ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି; 8. ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ । 9. ଶୀଘ୍ର ମୋʼ ନିକଟକୁ ଆସିବାକୁ ଯନି କର; 10. କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରିମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି । 11. କେବଳ ଲୂକ ମୋʼ ସହିତ ଅଛନ୍ତି । ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ । 12. ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି । 13. ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ । 14. କଂସାରି ଆଲେକ୍ଜାଣ୍ତର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ; 15. ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା । 16. ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ । 17. କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି; 18. ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ । 19. ପ୍ରୀସ୍କା ଓ ଆକ୍ଵିଲା ପୁଣି ଅନୀସିଫରଙ୍କ ପରିବାରଙ୍କୁ ମୋହର ନମସ୍କାର ଜଣାଅ । 20. ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି । 21. ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର । ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । 22. ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
1. ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି, .::. 2. ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି ଧମକ ଓ ଉତ୍ସାହ ଦାନ କର । .::. 3. କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ, .::. 4. ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । .::. 5. କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଳେଶ ସହ୍ୟ କର, ସୁସମାଚାର ପ୍ରଚାରକର କାର୍ଯ୍ୟସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସମ୍ପନ୍ନ କର । .::. 6. କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । .::. 7. ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି; .::. 8. ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ । .::. 9. ଶୀଘ୍ର ମୋʼ ନିକଟକୁ ଆସିବାକୁ ଯନି କର; .::. 10. କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରିମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି । .::. 11. କେବଳ ଲୂକ ମୋʼ ସହିତ ଅଛନ୍ତି । ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ । .::. 12. ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି । .::. 13. ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ । .::. 14. କଂସାରି ଆଲେକ୍ଜାଣ୍ତର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ; .::. 15. ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା । .::. 16. ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ । .::. 17. କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି; .::. 18. ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ । .::. 19. ପ୍ରୀସ୍କା ଓ ଆକ୍ଵିଲା ପୁଣି ଅନୀସିଫରଙ୍କ ପରିବାରଙ୍କୁ ମୋହର ନମସ୍କାର ଜଣାଅ । .::. 20. ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି । .::. 21. ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର । ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । .::. 22. ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ । .::.
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 1  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 2  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 3  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 4  
×

Alert

×

oriya Letters Keypad References