ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ

Notes

No Verse Added

ଉପଦେଶକ ଅଧ୍ୟାୟ 10

1. ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ । 2. ଜ୍ଞାନୀର ହୃଦୟ ତାହାର ଦକ୍ଷିଣରେ; ମାତ୍ର ମୂର୍ଖର ହୃଦୟ ତାହାର ବାମରେ ଥାଏ । 3. ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ । 4. ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ । 5. ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭ୍ରମ ତୁଲ୍ୟ ଦେଖାଯାଏ; 6. ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ । 7. ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି । 8. ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ । 9. ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ । 10. ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ । 11. ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ । 12. ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ । 13. ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା । 14. ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? 15. ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳା; କରେ, କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ । 16. ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର । 17. ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ! 18. ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ । 19. ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ । 20. ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ ।
1. ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ । .::. 2. ଜ୍ଞାନୀର ହୃଦୟ ତାହାର ଦକ୍ଷିଣରେ; ମାତ୍ର ମୂର୍ଖର ହୃଦୟ ତାହାର ବାମରେ ଥାଏ । .::. 3. ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ । .::. 4. ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ । .::. 5. ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭ୍ରମ ତୁଲ୍ୟ ଦେଖାଯାଏ; .::. 6. ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ । .::. 7. ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି । .::. 8. ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ । .::. 9. ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ । .::. 10. ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ । .::. 11. ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ । .::. 12. ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ । .::. 13. ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା । .::. 14. ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ? .::. 15. ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳା; କରେ, କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ । .::. 16. ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର । .::. 17. ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ! .::. 18. ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ । .::. 19. ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ । .::. 20. ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ । .::.
  • ଉପଦେଶକ ଅଧ୍ୟାୟ 1  
  • ଉପଦେଶକ ଅଧ୍ୟାୟ 2  
  • ଉପଦେଶକ ଅଧ୍ୟାୟ 3  
  • ଉପଦେଶକ ଅଧ୍ୟାୟ 4  
  • ଉପଦେଶକ ଅଧ୍ୟାୟ 5  
  • ଉପଦେଶକ ଅଧ୍ୟାୟ 6  
  • ଉପଦେଶକ ଅଧ୍ୟାୟ 7  
  • ଉପଦେଶକ ଅଧ୍ୟାୟ 8  
  • ଉପଦେଶକ ଅଧ୍ୟାୟ 9  
  • ଉପଦେଶକ ଅଧ୍ୟାୟ 10  
  • ଉପଦେଶକ ଅଧ୍ୟାୟ 11  
  • ଉପଦେଶକ ଅଧ୍ୟାୟ 12  
×

Alert

×

oriya Letters Keypad References