ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

Notes

No Verse Added

ଯିହିଜିକଲ ଅଧ୍ୟାୟ 14

1. ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ । 2. ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା । 3. ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା? 4. ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା; 5. ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି । 6. ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ । 7. କାରଣ ଇସ୍ରାଏଲ-ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା । 8. ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । 9. ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯେବେ କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା । 10. ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ଵେଷଣକାରୀର ଅଧର୍ମ ଏକ ସମାନ ହେବ; 11. ତହିଁରେ ଇସ୍ରାଏଲ-ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ଵାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 12. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 13. ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ; 14. ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯେବେ ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 15. ଆମ୍ଭେ ଯେବେ ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ଵଂସସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ; 16. ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ । 17. ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍‍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ; 18. ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ । 19. ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ; 20. ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ। 21. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ? 22. ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ଵନା ପାଇବ । 23. ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
1. ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ । .::. 2. ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା । .::. 3. ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା? .::. 4. ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା; .::. 5. ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି । .::. 6. ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ । .::. 7. କାରଣ ଇସ୍ରାଏଲ-ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା । .::. 8. ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । .::. 9. ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯେବେ କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା । .::. 10. ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ଵେଷଣକାରୀର ଅଧର୍ମ ଏକ ସମାନ ହେବ; .::. 11. ତହିଁରେ ଇସ୍ରାଏଲ-ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ଵାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 12. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, .::. 13. ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ; .::. 14. ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯେବେ ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 15. ଆମ୍ଭେ ଯେବେ ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ଵଂସସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ; .::. 16. ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ । .::. 17. ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍‍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ; .::. 18. ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ । .::. 19. ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ; .::. 20. ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ। .::. 21. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ? .::. 22. ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ଵନା ପାଇବ । .::. 23. ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

oriya Letters Keypad References