ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 11

1. ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା । 2. ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ । 3. ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ । ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା । 4. ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ । 5. ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ । 6. ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ । 7. ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ । 8. ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ । 9. ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ । 10. ଶେମର ବଂଶାବଳୀ ଏହି । ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା । 11. ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା । 12. ପୁଣି ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା । 13. ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା । 14. ପୁଣି ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା । 15. ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା । 16. ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା । 17. ପେଲଗର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା । 18. ପେଲଗ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା । 19. ରୀୟୂର ଜନ୍ମ ଉତ୍ତାରେ ପେଲଗ ଦୁଇଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । 20. ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା । 21. ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । 22. ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା । 23. ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । 24. ପୁଣି ନାହୋର ଊନତ୍ରିଂଶ ବର୍ଷ ବୟସରେ ତେରହକୁ ଜାତ କଲା । 25. ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । 26. ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା । ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା । 27. ତେରହର ବଂଶାବଳୀ । ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା । ପୁଣି ସେହି ହାରଣ ଲୋଟକୁ ଜାତ କଲା; 28. ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା । 29. ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା । 30. ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା । 31. ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ । 32. ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା ।
1. ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା । .::. 2. ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ । .::. 3. ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ । ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା । .::. 4. ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ । .::. 5. ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ । .::. 6. ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ । .::. 7. ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ । .::. 8. ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ । .::. 9. ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ । .::. 10. ଶେମର ବଂଶାବଳୀ ଏହି । ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା । .::. 11. ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା । .::. 12. ପୁଣି ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା । .::. 13. ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା । .::. 14. ପୁଣି ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା । .::. 15. ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା । .::. 16. ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା । .::. 17. ପେଲଗର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା । .::. 18. ପେଲଗ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା । .::. 19. ରୀୟୂର ଜନ୍ମ ଉତ୍ତାରେ ପେଲଗ ଦୁଇଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । .::. 20. ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା । .::. 21. ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । .::. 22. ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା । .::. 23. ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । .::. 24. ପୁଣି ନାହୋର ଊନତ୍ରିଂଶ ବର୍ଷ ବୟସରେ ତେରହକୁ ଜାତ କଲା । .::. 25. ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା । .::. 26. ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା । ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା । .::. 27. ତେରହର ବଂଶାବଳୀ । ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା । ପୁଣି ସେହି ହାରଣ ଲୋଟକୁ ଜାତ କଲା; .::. 28. ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା । .::. 29. ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା । .::. 30. ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା । .::. 31. ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ । .::. 32. ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

oriya Letters Keypad References