ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 43

1. ଏ ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା । 2. ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ । 3. ତହିଁରେ ଯିହୁଦା ତାଙ୍କୁ କହିଲା, ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ । 4. ଏଣୁ ଯେବେ ତୁମ୍ଭେ ଆମ୍ଭମାନଙ୍କ ଭାଇକି ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ । 5. ମାତ୍ର ଯେବେ ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ । 6. ତହିଁରେ ଇସ୍ରାଏଲ କହିଲେ, ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ? 7. ସେମାନେ କହିଲେ, ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇକି ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ? 8. ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ । 9. ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯେବେ ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ । 10. ଯେବେ ଆମ୍ଭମାନଙ୍କର ଏତେ ବିଳମ୍ଵ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ଵିତୀୟ ଥର ବାହୁଡ଼ି ଆସନ୍ତୁଣି । 11. ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ । 12. ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ । 13. ପୁଣି ଆପଣାମାନଙ୍କ ଭାଇକି ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ । 14. ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ । ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି । 15. ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ । 16. ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମିନକୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ । 17. ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା । 18. ପୁଣି ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ । 19. ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ, 20. ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ; 21. ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ । 22. ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ । 23. ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା । ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା । 24. ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା । 25. ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ । 26. ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟୀ ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ । 27. ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜିଯାଏ ବଞ୍ଚିଅଛନ୍ତି? 28. ସେମାନେ କହିଲେ, ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜିଯାଏ ବଞ୍ଚିଅଛନ୍ତି । ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ । 29. ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ । 30. ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ । 31. ଅନନ୍ତର ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ । 32. ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ । 33. ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ । 34. ପୁଣି ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମିନର ଭାଗ ପାଞ୍ଚଗୁଣ ଅଧିକ ଥିଲା । ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ ।
1. ଏ ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା । .::. 2. ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ । .::. 3. ତହିଁରେ ଯିହୁଦା ତାଙ୍କୁ କହିଲା, ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ । .::. 4. ଏଣୁ ଯେବେ ତୁମ୍ଭେ ଆମ୍ଭମାନଙ୍କ ଭାଇକି ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ । .::. 5. ମାତ୍ର ଯେବେ ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ । .::. 6. ତହିଁରେ ଇସ୍ରାଏଲ କହିଲେ, ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ? .::. 7. ସେମାନେ କହିଲେ, ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇକି ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ? .::. 8. ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ । .::. 9. ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯେବେ ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ । .::. 10. ଯେବେ ଆମ୍ଭମାନଙ୍କର ଏତେ ବିଳମ୍ଵ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ଵିତୀୟ ଥର ବାହୁଡ଼ି ଆସନ୍ତୁଣି । .::. 11. ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ । .::. 12. ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ । .::. 13. ପୁଣି ଆପଣାମାନଙ୍କ ଭାଇକି ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ । .::. 14. ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ । ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି । .::. 15. ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ । .::. 16. ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମିନକୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ । .::. 17. ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା । .::. 18. ପୁଣି ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ । .::. 19. ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ, .::. 20. ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ; .::. 21. ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ । .::. 22. ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ । .::. 23. ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା । ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା । .::. 24. ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା । .::. 25. ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ । .::. 26. ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟୀ ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ । .::. 27. ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜିଯାଏ ବଞ୍ଚିଅଛନ୍ତି? .::. 28. ସେମାନେ କହିଲେ, ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜିଯାଏ ବଞ୍ଚିଅଛନ୍ତି । ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ । .::. 29. ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ । .::. 30. ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ । .::. 31. ଅନନ୍ତର ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ । .::. 32. ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ । .::. 33. ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ । .::. 34. ପୁଣି ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମିନର ଭାଗ ପାଞ୍ଚଗୁଣ ଅଧିକ ଥିଲା । ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

oriya Letters Keypad References