ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହଗୟ

Notes

No Verse Added

ହଗୟ ଅଧ୍ୟାୟ 1

1. ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, 2. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ । 3. ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 4. ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? 5. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । 6. ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ । 7. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । 8. ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି । 9. ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ । 10. ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି । 11. ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ । 12. ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ । 13. ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ଵାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ । 14. ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି, 15. ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ ।
1. ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା, .::. 2. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ । .::. 3. ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, .::. 4. ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? .::. 5. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । .::. 6. ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ । .::. 7. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର । .::. 8. ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି । .::. 9. ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ । .::. 10. ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି । .::. 11. ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ । .::. 12. ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ । .::. 13. ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ଵାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ । .::. 14. ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି, .::. 15. ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ । .::.
  • ହଗୟ ଅଧ୍ୟାୟ 1  
  • ହଗୟ ଅଧ୍ୟାୟ 2  
×

Alert

×

oriya Letters Keypad References