ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 1

1. ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ । 2. ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି । 3. ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ । 4. ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି । 5. ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି । 6. ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ଵାସ୍ଥ୍ୟ ନାହିଁ; କେବଳ କ୍ଷତ ଓ ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କି ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ଵାରା କୋମଳ କରାଯାଇ ନାହିଁ । 7. ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି । 8. ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି । 9. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ । 10. ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର । 11. ସଦାପ୍ରଭୁ କହନ୍ତି, ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କି ମେଷ କି ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ । 12. ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି? 13. ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ । 14. ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଳେଶକର; ଆମ୍ଭେ ସେସବୁ ବହିବାକୁ କ୍ଳା; ହୋଇଅଛୁ । 15. ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ । ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ । 16. ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; 17. ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର । 18. ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ । 19. ଯେବେ ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ । 20. ମାତ୍ର ଯେବେ ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍‍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି । 21. ସତୀ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା । ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି । 22. ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି । 23. ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି⇧; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ । 24. ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବାନ୍ତ 25. ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା; 26. ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ । 27. ସିୟୋନ ନ୍ୟାୟବିଚାର ଦ୍ଵାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ଵାରା ମୁକ୍ତି ପାଇବେ । 28. ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ । 29. କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ । 30. ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ । 31. ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ ।
1. ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ । .::. 2. ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି । .::. 3. ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ । .::. 4. ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି । .::. 5. ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି । .::. 6. ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ଵାସ୍ଥ୍ୟ ନାହିଁ; କେବଳ କ୍ଷତ ଓ ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କି ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ଵାରା କୋମଳ କରାଯାଇ ନାହିଁ । .::. 7. ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି । .::. 8. ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି । .::. 9. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ । .::. 10. ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର । .::. 11. ସଦାପ୍ରଭୁ କହନ୍ତି, ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କି ମେଷ କି ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ । .::. 12. ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି? .::. 13. ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ । .::. 14. ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଳେଶକର; ଆମ୍ଭେ ସେସବୁ ବହିବାକୁ କ୍ଳା; ହୋଇଅଛୁ । .::. 15. ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ । ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ । .::. 16. ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; .::. 17. ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର । .::. 18. ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ । .::. 19. ଯେବେ ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ । .::. 20. ମାତ୍ର ଯେବେ ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍‍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି । .::. 21. ସତୀ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା । ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି । .::. 22. ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି । .::. 23. ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି⇧; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ । .::. 24. ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବାନ୍ତ .::. 25. ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା; .::. 26. ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ । .::. 27. ସିୟୋନ ନ୍ୟାୟବିଚାର ଦ୍ଵାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ଵାରା ମୁକ୍ତି ପାଇବେ । .::. 28. ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ । .::. 29. କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ । .::. 30. ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ । .::. 31. ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

oriya Letters Keypad References