ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 31

1. ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି? 2. କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ? 3. ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ? 4. ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ? 5. ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ; 6. ତେବେ ମୁଁ ଧର୍ମନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ଵର ମୋହର ସରଳତା ଜାଣି ପାରିବେ । 7. ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ; 8. ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ । 9. ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ; 10. ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ । 11. କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ; 12. କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ଵର ମୂଳୋତ୍ପାଟନ କରନ୍ତା । 13. ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ; 14. ତେବେ ପରମେଶ୍ଵର ଉଠିଲେ, ମୁଁ କଅଣ କରିବି? ଓ ସେ ତତ୍ତ୍ଵ କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି? 15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି? 16. ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ; 17. ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ; 18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।) 19. ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ, 20. ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ; 21. ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ; 22. ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ । 23. କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ । 24. ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ; 25. ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ; 26. ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ; 27. ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ; 28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି । 29. ମୋʼ ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ; 30. (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ; ) 31. ମୋʼ ତମ୍ଵୁସ୍ଥିତ ଲୋକେ କି କହି ନ ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ? 32. ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି; 33. ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ; 34. ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ନ ଥାଏ- 35. ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି! 36. ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି । 37. ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି । 38. ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି; 39. ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ; 40. ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ । ଆୟୁବର ବାକ୍ୟ ସମାପ୍ତ ।
1. ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି? .::. 2. କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ? .::. 3. ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ? .::. 4. ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ? .::. 5. ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ; .::. 6. ତେବେ ମୁଁ ଧର୍ମନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ଵର ମୋହର ସରଳତା ଜାଣି ପାରିବେ । .::. 7. ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ; .::. 8. ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ । .::. 9. ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ; .::. 10. ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ । .::. 11. କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ; .::. 12. କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ଵର ମୂଳୋତ୍ପାଟନ କରନ୍ତା । .::. 13. ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ; .::. 14. ତେବେ ପରମେଶ୍ଵର ଉଠିଲେ, ମୁଁ କଅଣ କରିବି? ଓ ସେ ତତ୍ତ୍ଵ କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି? .::. 15. ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି? .::. 16. ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ; .::. 17. ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ; .::. 18. (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।) .::. 19. ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ, .::. 20. ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ; .::. 21. ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ; .::. 22. ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ । .::. 23. କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ । .::. 24. ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ; .::. 25. ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ; .::. 26. ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ; .::. 27. ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ; .::. 28. ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି । .::. 29. ମୋʼ ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ; .::. 30. (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ; ) .::. 31. ମୋʼ ତମ୍ଵୁସ୍ଥିତ ଲୋକେ କି କହି ନ ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ? .::. 32. ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି; .::. 33. ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ; .::. 34. ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ନ ଥାଏ- .::. 35. ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି! .::. 36. ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି । .::. 37. ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି । .::. 38. ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି; .::. 39. ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ; .::. 40. ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ । ଆୟୁବର ବାକ୍ୟ ସମାପ୍ତ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

oriya Letters Keypad References