ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ

Notes

No Verse Added

ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21

1. ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ । 2. ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ । 3. ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା? 4. ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ । 5. ପୁଣି ଇସ୍ରାଏଲ-ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ । 6. ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା । 7. ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ । 8. ପୁଣି ସେମାନେ କହିଲେ, ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ୍-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ । 9. କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ । 10. ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କର । 11. ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ । 12. ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ । 13. ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ । 14. ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ । 15. ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ । 16. ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? 17. ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ । 18. ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣା-ମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନକୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି । 19. ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ । 20. ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; 21. ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ । 22. ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ଏମାନଙ୍କୁ ସେମାନଙ୍କୁ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ । 23. ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ । 24. ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ । 25. ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା ।
1. ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ । .::. 2. ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ । .::. 3. ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା? .::. 4. ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ । .::. 5. ପୁଣି ଇସ୍ରାଏଲ-ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ । .::. 6. ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା । .::. 7. ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ । .::. 8. ପୁଣି ସେମାନେ କହିଲେ, ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ୍-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ । .::. 9. କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ । .::. 10. ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କର । .::. 11. ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ । .::. 12. ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ । .::. 13. ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ । .::. 14. ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ । .::. 15. ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ । .::. 16. ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? .::. 17. ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ । .::. 18. ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣା-ମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନକୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି । .::. 19. ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ । .::. 20. ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; .::. 21. ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ । .::. 22. ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ଏମାନଙ୍କୁ ସେମାନଙ୍କୁ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ । .::. 23. ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ । .::. 24. ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ । .::. 25. ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା । .::.
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 1  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 2  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 3  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 4  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 5  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 6  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 7  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 8  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 9  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 10  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 11  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 12  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 13  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 14  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 15  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 16  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 17  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 18  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 19  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 20  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21  
×

Alert

×

oriya Letters Keypad References