ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟଙ୍କ ବିଳାପ

Notes

No Verse Added

ଯିରିମିୟଙ୍କ ବିଳାପ ଅଧ୍ୟାୟ 3

1. ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ଵାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ । 2. ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇଅଛନ୍ତି । 3. ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି । 4. ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି । 5. ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି । 6. ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି । 7. ସେ ମୋର ଚାରିଆଡ଼େ ବେଢ଼ା ଦେଇଅଛନ୍ତି, ମୁଁ ବାହାରି ଯାଇ ନ ପାରେ; ସେ ମୋହର ଶୃଙ୍ଖଳ ଭାରୀ କରିଅଛନ୍ତି । 8. ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି । 9. ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି । 10. ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି । 11. ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ତ ଖଣ୍ତ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି । 12. ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି । 13. ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି । 14. ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି । 15. ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି । 16. ଆହୁରି, ସେ କଙ୍କରରେ ମୋର ଦ; ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି । 17. ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ସୁଖଭୋଗ ପାସୋରି ଗଲି । 18. ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କ-ଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି । 19. ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ଵରୂପ । 20. ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି । 21. ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି । 22. ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ । 23. ସେସବୁ ପ୍ରତି ପ୍ରଭାତରେ ନୂତନ; ତୁମ୍ଭର ବିଶ୍ଵସ୍ତତା ମହତ । 24. ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି । 25. ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ଵେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି । 26. ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ । 27. ଯୌବନ କାଳରେ ଯୁଆଳି ବହିବାର ମନୁଷ୍ୟର ମଙ୍ଗଳ । 28. ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି । 29. ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ । 30. ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ ।ଣ 31. କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ । 32. କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ । 33. କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ଵେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ । 34. ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର, 35. ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସ୍ଵତ୍ଵ ଅନ୍ୟଥା ହେବାର, 36. ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ । 37. ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି? 38. ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ? 39. ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? 40. ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ । 41. ଆମ୍ଭେମାନେ ସ୍ଵର୍ଗ ନିବାସୀ ପରମେଶ୍ଵରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ । 42. ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ । 43. ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ । 44. ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ । 45. ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ । 46. ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି । 47. ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି । 48. ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । 49. ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ଵର୍ଗରୁ ଅନାଇ ନ ଦେଖନ୍ତି, 50. ସେଯାଏ, ମୋର ଚକ୍ଷୁ ଅବିଶ୍ରା; ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ । 51. ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଆର୍ଦ୍ର କରୁଅଛି । 52. ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି । 53. ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି । 54. ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା; ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି । 55. ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି । 56. ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ । 57. ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲନ୍ତ ତୁମ୍ଭେ କହିଲ, ଭୟ କର ନାହିଁ । 58. ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ । 59. ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର । 60. ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଦେଖିଅଛ । 61. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ; 62. ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ । 63. ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ଵରୂପ ହୋଇଅଛି । 64. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ । 65. ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ । 66. ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ତଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ ।
1. ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ଵାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ । .::. 2. ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇଅଛନ୍ତି । .::. 3. ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି । .::. 4. ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି । .::. 5. ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି । .::. 6. ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି । .::. 7. ସେ ମୋର ଚାରିଆଡ଼େ ବେଢ଼ା ଦେଇଅଛନ୍ତି, ମୁଁ ବାହାରି ଯାଇ ନ ପାରେ; ସେ ମୋହର ଶୃଙ୍ଖଳ ଭାରୀ କରିଅଛନ୍ତି । .::. 8. ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି । .::. 9. ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି । .::. 10. ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି । .::. 11. ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ତ ଖଣ୍ତ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି । .::. 12. ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି । .::. 13. ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି । .::. 14. ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି । .::. 15. ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି । .::. 16. ଆହୁରି, ସେ କଙ୍କରରେ ମୋର ଦ; ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି । .::. 17. ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ସୁଖଭୋଗ ପାସୋରି ଗଲି । .::. 18. ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କ-ଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି । .::. 19. ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ଵରୂପ । .::. 20. ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି । .::. 21. ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି । .::. 22. ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ । .::. 23. ସେସବୁ ପ୍ରତି ପ୍ରଭାତରେ ନୂତନ; ତୁମ୍ଭର ବିଶ୍ଵସ୍ତତା ମହତ । .::. 24. ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି । .::. 25. ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ଵେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି । .::. 26. ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ । .::. 27. ଯୌବନ କାଳରେ ଯୁଆଳି ବହିବାର ମନୁଷ୍ୟର ମଙ୍ଗଳ । .::. 28. ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି । .::. 29. ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ । .::. 30. ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ ।ଣ .::. 31. କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ । .::. 32. କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ । .::. 33. କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ଵେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ । .::. 34. ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର, .::. 35. ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସ୍ଵତ୍ଵ ଅନ୍ୟଥା ହେବାର, .::. 36. ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ । .::. 37. ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି? .::. 38. ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ? .::. 39. ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? .::. 40. ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ । .::. 41. ଆମ୍ଭେମାନେ ସ୍ଵର୍ଗ ନିବାସୀ ପରମେଶ୍ଵରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ । .::. 42. ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ । .::. 43. ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ । .::. 44. ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ । .::. 45. ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ । .::. 46. ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି । .::. 47. ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି । .::. 48. ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । .::. 49. ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ଵର୍ଗରୁ ଅନାଇ ନ ଦେଖନ୍ତି, .::. 50. ସେଯାଏ, ମୋର ଚକ୍ଷୁ ଅବିଶ୍ରା; ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ । .::. 51. ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଆର୍ଦ୍ର କରୁଅଛି । .::. 52. ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି । .::. 53. ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି । .::. 54. ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା; ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି । .::. 55. ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି । .::. 56. ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ । .::. 57. ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲନ୍ତ ତୁମ୍ଭେ କହିଲ, ଭୟ କର ନାହିଁ । .::. 58. ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ । .::. 59. ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର । .::. 60. ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଦେଖିଅଛ । .::. 61. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ; .::. 62. ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ । .::. 63. ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ଵରୂପ ହୋଇଅଛି । .::. 64. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ । .::. 65. ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ । .::. 66. ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ତଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ । .::.
  • ଯିରିମିୟଙ୍କ ବିଳାପ ଅଧ୍ୟାୟ 1  
  • ଯିରିମିୟଙ୍କ ବିଳାପ ଅଧ୍ୟାୟ 2  
  • ଯିରିମିୟଙ୍କ ବିଳାପ ଅଧ୍ୟାୟ 3  
  • ଯିରିମିୟଙ୍କ ବିଳାପ ଅଧ୍ୟାୟ 4  
  • ଯିରିମିୟଙ୍କ ବିଳାପ ଅଧ୍ୟାୟ 5  
×

Alert

×

oriya Letters Keypad References