ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 69

1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି । 2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି । 3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ । 4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି । 5. ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ । 6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ । 7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି । 8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି । 9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି । 10. ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା । 11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି । 12. ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି । 13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ । 14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ । 15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ । 16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର । 17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ । 18. ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର । 19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି । 20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ । 21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ । 22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ । 23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର । 24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ । 25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ । 26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି । 27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। 28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ । 29. ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ । 30. ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି । 31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ । 32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ । 33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ । 34. ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। 35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ । 36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି । .::. 2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି । .::. 3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ । .::. 4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି । .::. 5. ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ । .::. 6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ । .::. 7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି । .::. 8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି । .::. 9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି । .::. 10. ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା । .::. 11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି । .::. 12. ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି । .::. 13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ । .::. 14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ । .::. 15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ । .::. 16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର । .::. 17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ । .::. 18. ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର । .::. 19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି । .::. 20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ । .::. 21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ । .::. 22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ । .::. 23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର । .::. 24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ । .::. 25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ । .::. 26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି । .::. 27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। .::. 28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ । .::. 29. ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ । .::. 30. ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି । .::. 31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ । .::. 32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ । .::. 33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ । .::. 34. ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। .::. 35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ । .::. 36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References