ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 71

1. ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ । 2. ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର । 3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ । 4. ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର । 5. କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି । 6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ । 7. ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ । 8. ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ । 9. ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ । 10. କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, 11. ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ । 12. ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ । 13. ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ । 14. ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି । 15. ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ । 16. ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି । 17. ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି । 18. ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ । 19. ହେ ପରମେଶ୍ଵର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ଵର, ତୁମ୍ଭ ତୁଲ୍ୟ କିଏ ଅଛି? 20. ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। 21. ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଓ ଫେରି ମୋତେ ସାନ୍ତ୍ଵନା ଦିଅ । 22. ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ । 24. ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି ।
1. ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ । .::. 2. ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର । .::. 3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ । .::. 4. ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର । .::. 5. କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି । .::. 6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ । .::. 7. ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ । .::. 8. ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ । .::. 9. ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ । .::. 10. କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, .::. 11. ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ । .::. 12. ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ । .::. 13. ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ । .::. 14. ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି । .::. 15. ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ । .::. 16. ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି । .::. 17. ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି । .::. 18. ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ । .::. 19. ହେ ପରମେଶ୍ଵର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ଵର, ତୁମ୍ଭ ତୁଲ୍ୟ କିଏ ଅଛି? .::. 20. ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। .::. 21. ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଓ ଫେରି ମୋତେ ସାନ୍ତ୍ଵନା ଦିଅ । .::. 22. ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । .::. 23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ । .::. 24. ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References