ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପରମଗୀତ

Notes

No Verse Added

ପରମଗୀତ ଅଧ୍ୟାୟ 5

1. ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ । ଆଗୋ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି । ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର । 2. ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏ ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ଵାରରେ ଆଘାତ କରି କହୁଅଛନ୍ତି, “ଆଗୋ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ଵାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କ୍ଳେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ ।” 3. ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି? 4. ମୋʼ ପ୍ରିୟତମ ଦ୍ଵାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉଚ୍ଚାଟ ହେଲା । 5. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା । 6. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ । ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ । 7. ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ । ପ୍ରାଚୀର-ରକ୍ଷକମାନେ ମୋʼଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ । 8. ଆଗୋ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ । 9. ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? 10. ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ । 11. ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରାକୁଆ ତୁଲ୍ୟ କୃଷ୍ଣବର୍ଣ୍ଣ । 12. ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ । 13. ତାଙ୍କର ଗଣ୍ତଦେଶ ସୁଗନ୍ଧି ଲତାର କିଆରି ସ୍ଵରୂପ, ସୁଗନ୍ଧି ତୃଣର ତଟ ସ୍ଵରୂପ; ତାଙ୍କର ଓଷ୍ଠାଧର ଶୋଶନ୍ ପୁଷ୍ପ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ । 14. ତାଙ୍କ ହସ୍ତଦ୍ଵୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକା; ମଣି-ମଣ୍ତିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ । 15. ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ । 16. ତାଙ୍କ ମୁଖ ଅତ୍ୟ; ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର । ଆଗୋ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା ।
1. ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ । ଆଗୋ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି । ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର । .::. 2. ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏ ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ଵାରରେ ଆଘାତ କରି କହୁଅଛନ୍ତି, “ଆଗୋ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ଵାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କ୍ଳେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ ।” .::. 3. ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି? .::. 4. ମୋʼ ପ୍ରିୟତମ ଦ୍ଵାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉଚ୍ଚାଟ ହେଲା । .::. 5. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା । .::. 6. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ । ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ । .::. 7. ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ । ପ୍ରାଚୀର-ରକ୍ଷକମାନେ ମୋʼଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ । .::. 8. ଆଗୋ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ । .::. 9. ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? .::. 10. ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ । .::. 11. ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରାକୁଆ ତୁଲ୍ୟ କୃଷ୍ଣବର୍ଣ୍ଣ । .::. 12. ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ । .::. 13. ତାଙ୍କର ଗଣ୍ତଦେଶ ସୁଗନ୍ଧି ଲତାର କିଆରି ସ୍ଵରୂପ, ସୁଗନ୍ଧି ତୃଣର ତଟ ସ୍ଵରୂପ; ତାଙ୍କର ଓଷ୍ଠାଧର ଶୋଶନ୍ ପୁଷ୍ପ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ । .::. 14. ତାଙ୍କ ହସ୍ତଦ୍ଵୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକା; ମଣି-ମଣ୍ତିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ । .::. 15. ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ । .::. 16. ତାଙ୍କ ମୁଖ ଅତ୍ୟ; ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର । ଆଗୋ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା । .::.
  • ପରମଗୀତ ଅଧ୍ୟାୟ 1  
  • ପରମଗୀତ ଅଧ୍ୟାୟ 2  
  • ପରମଗୀତ ଅଧ୍ୟାୟ 3  
  • ପରମଗୀତ ଅଧ୍ୟାୟ 4  
  • ପରମଗୀତ ଅଧ୍ୟାୟ 5  
  • ପରମଗୀତ ଅଧ୍ୟାୟ 6  
  • ପରମଗୀତ ଅଧ୍ୟାୟ 7  
  • ପରମଗୀତ ଅଧ୍ୟାୟ 8  
×

Alert

×

oriya Letters Keypad References