oriya ବାଇବଲ |

ଉପଦେଶକ total 12 ଅଧ୍ୟାୟଗୁଡ଼ିକ

ଉପଦେଶକ

ଉପଦେଶକ ଅଧ୍ୟାୟ 3
ଉପଦେଶକ ଅଧ୍ୟାୟ 3

1. ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି;

2. ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;

3. ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ଗାନ୍ଥିବାର ସମୟ;

4. ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ

5. ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ;

6. ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;

ଉପଦେଶକ ଅଧ୍ୟାୟ 3

7. ଚିରିବାର ସମୟ ଓ ସିଁଇବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;

8. ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି ।

9. କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?

10. ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି ।

11. ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ ।

ଉପଦେଶକ ଅଧ୍ୟାୟ 3

12. ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ ।

13. ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ ।

14. ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି ।

15. ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ଵର ତାହା ପୁନର୍ବାର ଅନ୍ଵେଷଣ କରନ୍ତି ।

ଉପଦେଶକ ଅଧ୍ୟାୟ 3

16. ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି ।

17. ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି ।

18. ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି ।

19. କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର ।

ଉପଦେଶକ ଅଧ୍ୟାୟ 3

20. ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି ।

21. ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?

22. ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?