oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 125
ଗୀତସଂହିତା ଅଧ୍ୟାୟ 125

1. ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ ।

2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି ।

3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ ।

4. ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର ।

ଗୀତସଂହିତା ଅଧ୍ୟାୟ 125

5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,