Oriya ବାଇବଲ |
ପ୍ରଥମ ବଂଶାବଳୀ total 29 ଅଧ୍ୟାୟଗୁଡ଼ିକ
ପ୍ରଥମ ବଂଶାବଳୀ
ପ୍ରଥମ ବଂଶାବଳୀ ଅଧ୍ୟାୟ 18
ପ୍ରଥମ ବଂଶାବଳୀ ଅଧ୍ୟାୟ 18
ଦାଉଦଙ୍କ ସାମରିକ ବିଜୟ 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।
2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
3 ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।
ପ୍ରଥମ ବଂଶାବଳୀ ଅଧ୍ୟାୟ 18
4 ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
ପ୍ରଥମ ବଂଶାବଳୀ ଅଧ୍ୟାୟ 18
7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
ପ୍ରଥମ ବଂଶାବଳୀ ଅଧ୍ୟାୟ 18
10 ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
ପ୍ରଥମ ବଂଶାବଳୀ ଅଧ୍ୟାୟ 18
12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
14 ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15 ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।
ପ୍ରଥମ ବଂଶାବଳୀ ଅଧ୍ୟାୟ 18
16 ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
17 ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।