Oriya ବାଇବଲ |

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର total 16 ଅଧ୍ୟାୟଗୁଡ଼ିକ

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

ପ୍ରେମର ପରିଚୟ 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି ।

2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।

4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,

5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;

7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।

8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।

9 କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।

11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।

12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

13 ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।