ପ୍ରଥମ ଶାମୁୟେଲ ଅଧ୍ୟାୟ 27
9 ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।
10 ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।
11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
7