ଦିତୀୟ ବଂଶାବଳୀ ଅଧ୍ୟାୟ 23
11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
8