ଦିତୀୟ ଶାମୁୟେଲ ଅଧ୍ୟାୟ 9
1 {ଦାଉଦ ଓ ମଫୀବୋଶତ୍ } ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି ?”
2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”
3 ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି ?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”
4