Oriya ବାଇବଲ |
ରେରିତମାନଙ୍କ କାର୍ଯ୍ୟର ବିବରଣ total 28 ଅଧ୍ୟାୟଗୁଡ଼ିକ
ରେରିତମାନଙ୍କ କାର୍ଯ୍ୟର ବିବରଣ
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
ଖଞ୍ଜ ଭିକ୍ଷୁକର ସୁସ୍ଥତା 1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ ।
2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା । ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ ।
3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
4 ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼଼କୁ ଚାହଁ ।"
5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼଼କୁ ଚାହିଁ ରହିଲା ।
6 କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।"
7 ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।
9 ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ୱରଙ୍କ ପ୍ରଶଂସା କରିବା ଦେଖିଲେ,
10 ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।
16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।
17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି ।
19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।
22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ।
24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି ।