Oriya ବାଇବଲ |

ରେରିତମାନଙ୍କ କାର୍ଯ୍ୟର ବିବରଣ total 28 ଅଧ୍ୟାୟଗୁଡ଼ିକ

ରେରିତମାନଙ୍କ କାର୍ଯ୍ୟର ବିବରଣ

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

ମଣ୍ଡଳୀ ଉପରେ ଶାଉଲଙ୍କ ଦୌରାତ୍ମ୍ୟ 1 ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।

2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

3 କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ ।

ଶମିରୋଣରେ ଫିଲିପ୍ପଙ୍କ ପ୍ରଚାର 4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।

5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

6 ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ ।

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।

8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା ।

କୁହୁକ ଶିମୋନ 9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

10 ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ ।

11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।

12 କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା ।

ଶମିରୋଣରେ ପିତର ଓ ଯୋହନ 14 ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

15 ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,

16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।

17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।

18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।

20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।

21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।

22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।

24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।

25 ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

ଫିଲିପ୍ପ ଓ ଇଥିଓପିଆ ନପୁଂସକ 26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।

27 ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

28 ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ ।

29 ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।

30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?

31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।

33 ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।

34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।

36 ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?

37 [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।]

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8

38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।

39 ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।

40 କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ ।