ଦାନିଏଲ ଅଧ୍ୟାୟ 3
13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
14 ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋ’ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ ?
15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ ?
9