Oriya ବାଇବଲ |
ଯିହିଜିକଲ total 48 ଅଧ୍ୟାୟଗୁଡ଼ିକ
ଯିହିଜିକଲ
ଯିହିଜିକଲ ଅଧ୍ୟାୟ 35
ଯିହିଜିକଲ ଅଧ୍ୟାୟ 35
1 {ସେୟୀର ପର୍ବତ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ } ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
ଯିହିଜିକଲ ଅଧ୍ୟାୟ 35
4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।
ଯିହିଜିକଲ ଅଧ୍ୟାୟ 35
7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
ଯିହିଜିକଲ ଅଧ୍ୟାୟ 35
10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, “ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ’ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,”
11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
ଯିହିଜିକଲ ଅଧ୍ୟାୟ 35
12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, “ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି” ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।
13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
14 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
ଯିହିଜିକଲ ଅଧ୍ୟାୟ 35
15 ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”