Oriya ବାଇବଲ |
ଆଦି ପୁସ୍ତକ total 50 ଅଧ୍ୟାୟଗୁଡ଼ିକ
ଆଦି ପୁସ୍ତକ
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 23
ସାରାଙ୍କ ମୃତ୍ୟୁୁ 1 ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,
ଆଦି ପୁସ୍ତକ ଅଧ୍ୟାୟ 23
4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।”
5 ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
ଆଦି ପୁସ୍ତକ ଅଧ୍ୟାୟ 23
7 ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ।
8 ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
9 ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
ଆଦି ପୁସ୍ତକ ଅଧ୍ୟାୟ 23
10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
11 “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
12 ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
ଆଦି ପୁସ୍ତକ ଅଧ୍ୟାୟ 23
13 ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
14 ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
15 “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା,* 4.5 କିଲୋଗ୍ରାମ୍ ରୂପା ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
ଆଦି ପୁସ୍ତକ ଅଧ୍ୟାୟ 23
16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
18 ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
ଆଦି ପୁସ୍ତକ ଅଧ୍ୟାୟ 23
19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।