ଯିଶାଇୟ ଅଧ୍ୟାୟ 6
9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
11 ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
7