Oriya ବାଇବଲ |

ଆୟୁବ ପୁସ୍ତକ total 42 ଅଧ୍ୟାୟଗୁଡ଼ିକ

ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 26
ଆୟୁବ ପୁସ୍ତକ ଅଧ୍ୟାୟ 26

ଆୟୁବ - ଈଶ୍ୱରଙ୍କ ମହିମା ଅସୀମ 1 ତହିଁରେ ଆୟୁବ ଉତ୍ତର କରି କହିଲା,

2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ !

3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !”

4 ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ?

ଆୟୁବ ପୁସ୍ତକ ଅଧ୍ୟାୟ 26

5 ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।

6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର[* ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍‍ର ] କୌଣସି ଆବରଣ ନାହିଁ।

7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।

8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।

ଆୟୁବ ପୁସ୍ତକ ଅଧ୍ୟାୟ 26

9 ସେ ଆପଣା ସିଂହାସନର ସିଂହାସନର କିମ୍ବା ଚନ୍ଦ୍ରର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।

10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।

11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।

12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।

ଆୟୁବ ପୁସ୍ତକ ଅଧ୍ୟାୟ 26

13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।

14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”