Oriya ବାଇବଲ |

ଲେବୀୟ ପୁସ୍ତକ total 27 ଅଧ୍ୟାୟଗୁଡ଼ିକ

ଲେବୀୟ ପୁସ୍ତକ

ଲେବୀୟ ପୁସ୍ତକ ଅଧ୍ୟାୟ 3
ଲେବୀୟ ପୁସ୍ତକ ଅଧ୍ୟାୟ 3

ମଙ୍ଗଳାର୍ଥକ ବଳିଦାନର ନିୟମ 1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।

2 ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।

3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,

ଲେବୀୟ ପୁସ୍ତକ ଅଧ୍ୟାୟ 3

4 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ ଅଧ୍ୟାୟ 3

7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;

8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।

9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,

ଲେବୀୟ ପୁସ୍ତକ ଅଧ୍ୟାୟ 3

10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।

12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,

13 ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।

ଲେବୀୟ ପୁସ୍ତକ ଅଧ୍ୟାୟ 3

14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,

15 ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।

ଲେବୀୟ ପୁସ୍ତକ ଅଧ୍ୟାୟ 3

17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”