Oriya ବାଇବଲ |

ମାଥିଉଲିଖିତ ସୁସମାଚାର total 28 ଅଧ୍ୟାୟଗୁଡ଼ିକ

ମାଥିଉଲିଖିତ ସୁସମାଚାର

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

ସାଦ୍ଦୂକୀ ଓ ଫାରୂଶୀମାନଙ୍କ ପ୍ରତି ସାତୋଟି ସନ୍ତାପ
(ମାର୍କ 12:38,39; ଲୂକ 11:43,46; 20:45,46)

1 ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,

2 ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି ।

3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

4 ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ ।

5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,

6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,

7 ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ ।

9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି ।

10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।

11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ ।

ଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ ଭର୍ତ୍ସନା
(ମାର୍କ 12:40; ଲୂକ 11:39-42,44,52; 20:47)

13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।]

15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ବନ୍ଧା ।

17 ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କ'ଣ ଶ୍ରେଷ୍ଠ ?

18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ବନ୍ଧା ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ ?

20 ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;

21 ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;

22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ ।

24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ ।

25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ ।

27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;

28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

କପଟୀ ଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ ଦଣ୍ଡର ଭବିଷ୍ୟତ ବାଣୀ
(ଲୂକ 11:47-51)

29 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,

30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।

32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର ।

33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?

34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ ।

36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ ।

ଯିରୂଶାଲମ ପ୍ରତି ଯୀଶୁଙ୍କର ବିଳାପ
(ଲୂକ 13:34,35)

37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23

38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି ।

39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।