ନିହିମିୟା ଅଧ୍ୟାୟ 4
12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
14 ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ୍ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
8