Oriya ବାଇବଲ |
ହିତୋପଦେଶ total 31 ଅଧ୍ୟାୟଗୁଡ଼ିକ
ହିତୋପଦେଶ
ହିତୋପଦେଶ ଅଧ୍ୟାୟ 8
ହିତୋପଦେଶ ଅଧ୍ୟାୟ 8
ଜ୍ଞାନର ପ୍ରଶଂସା 1 ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ?
2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
ହିତୋପଦେଶ ଅଧ୍ୟାୟ 8
5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
7 ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ।
8 ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ।
9 ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
ହିତୋପଦେଶ ଅଧ୍ୟାୟ 8
10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11 ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13 ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
ହିତୋପଦେଶ ଅଧ୍ୟାୟ 8
14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।
15 ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16 ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
ହିତୋପଦେଶ ଅଧ୍ୟାୟ 8
18 ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19 ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
ହିତୋପଦେଶ ଅଧ୍ୟାୟ 8
22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
ହିତୋପଦେଶ ଅଧ୍ୟାୟ 8
27 ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28 ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29 ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30 ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
ହିତୋପଦେଶ ଅଧ୍ୟାୟ 8
31 ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33 ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34 ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
ହିତୋପଦେଶ ଅଧ୍ୟାୟ 8
35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
36 ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।