Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 11
ଗୀତସଂହିତା ଅଧ୍ୟାୟ 11

ସଦାପ୍ରଭୁଙ୍କଠାରେ ନିର୍ଭର 1 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; *ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?

2 କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।

ଗୀତସଂହିତା ଅଧ୍ୟାୟ 11

3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ’ଣ କରି ପାରିବ ?

4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।

5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

ଗୀତସଂହିତା ଅଧ୍ୟାୟ 11

6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।

7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।